Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 5

ପ୍ରେରିତ 5:3-10

Help us?
Click on verse(s) to share them!
3ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
4ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।
5ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ ।
6ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
7ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
8ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ ।
9ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
10ସେହିକ୍ଷଣୀ ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ ।

Read ପ୍ରେରିତ 5ପ୍ରେରିତ 5
Compare ପ୍ରେରିତ 5:3-10ପ୍ରେରିତ 5:3-10