Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 5

ପ୍ରେରିତ 5:35-41

Help us?
Click on verse(s) to share them!
35ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ ।
36କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ ।
37ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
38ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତା'ହା ଉଚ୍ଛିନ୍ନ ହୋଇଯିବ;
39କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
40ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।
41ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;

Read ପ୍ରେରିତ 5ପ୍ରେରିତ 5
Compare ପ୍ରେରିତ 5:35-41ପ୍ରେରିତ 5:35-41