Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 5

ପ୍ରେରିତ 5:6-17

Help us?
Click on verse(s) to share them!
6ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
7ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
8ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ ।
9ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
10ସେହିକ୍ଷଣୀ ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ ।
11ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ ।
12ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
13କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
14ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
15ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ ।
16ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
17ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ

Read ପ୍ରେରିତ 5ପ୍ରେରିତ 5
Compare ପ୍ରେରିତ 5:6-17ପ୍ରେରିତ 5:6-17