Text copied!
Bibles in Odia

ପ୍ରେରିତ 7:46-54 in Odia

Help us?

ପ୍ରେରିତ 7:46-54 in ଓଡିଆ ବାଇବେଲ

46 ଦାଉଦ ଈଶ୍ୱରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ୱରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ ।
47 କିନ୍ତୁ ଶଲୋମନ ଈଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ ।
48 ତଥାପି ଯେ ମହାନ ଈଶ୍ୱର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
49 ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ ?
50 ଆମ୍ଭର ହସ୍ତ କ'ଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ ?
51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।
52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।
54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।
ପ୍ରେରିତ 7 in ଓଡିଆ ବାଇବେଲ