Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 8

ପ୍ରେରିତ 8:1-5

Help us?
Click on verse(s) to share them!
1ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
2ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ ।
3କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ ।
4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।

Read ପ୍ରେରିତ 8ପ୍ରେରିତ 8
Compare ପ୍ରେରିତ 8:1-5ପ୍ରେରିତ 8:1-5