Text copied!
Bibles in Odia

ପ୍ରେରିତ 8:18-23 in Odia

Help us?

ପ୍ରେରିତ 8:18-23 in ଓଡିଆ ବାଇବେଲ

18 ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।
20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।
21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
22 ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23 କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।
ପ୍ରେରିତ 8 in ଓଡିଆ ବାଇବେଲ