Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 8

ପ୍ରେରିତ 8:18-39

Help us?
Click on verse(s) to share them!
18ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।
20କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ ।
21ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
22ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।
24ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।
25ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।
26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।
27ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ ।
29ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।
30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି ?
31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି ? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।
32ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
34ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?
35ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
36ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
37ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।
38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ ।
39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।

Read ପ୍ରେରିତ 8ପ୍ରେରିତ 8
Compare ପ୍ରେରିତ 8:18-39ପ୍ରେରିତ 8:18-39