4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
6ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ ।