Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 9

ପ୍ରେରିତ 9:4-14

Help us?
Click on verse(s) to share them!
4ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
5ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।
6କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।
7ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ ।
8ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ ।
9ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ ।
10ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ । ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ ।
11ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।
13କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।
14ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।

Read ପ୍ରେରିତ 9ପ୍ରେରିତ 9
Compare ପ୍ରେରିତ 9:4-14ପ୍ରେରିତ 9:4-14