Text copied!
CopyCompare
ଓଡିଆ ବାଇବେଲ - ଫିଲିପ୍ପୀୟ - ଫିଲିପ୍ପୀୟ 4

ଫିଲିପ୍ପୀୟ 4:10-14

Help us?
Click on verse(s) to share them!
10ଏବେ ଅବଶେଷରେ ମୋ' ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋ' ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
11ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
12ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ- ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।
14ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ ।

Read ଫିଲିପ୍ପୀୟ 4ଫିଲିପ୍ପୀୟ 4
Compare ଫିଲିପ୍ପୀୟ 4:10-14ଫିଲିପ୍ପୀୟ 4:10-14