Text copied!
Bibles in Odia

ବିଚାରକର୍ତ୍ତା 10:8-11 in Odia

Help us?

ବିଚାରକର୍ତ୍ତା 10:8-11 in ଓଡିଆ ବାଇବେଲ

8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10 ତେଣୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।
11 ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ ?
ବିଚାରକର୍ତ୍ତା 10 in ଓଡିଆ ବାଇବେଲ