Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 12

ବିଚାରକର୍ତ୍ତା 12:2-12

Help us?
Click on verse(s) to share them!
2ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ ସନ୍ତାନଗଣ ସହିତ ମୋହର ଓ ମୋ’ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
3ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ ?
4ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।
5ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା;
6ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍‍” ତହିଁରେ ସେ କହିଲା, “ସିବ୍ବୋଲେତ୍‍”, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
7ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
8ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।
9ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
10ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।
11ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
12ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ।

Read ବିଚାରକର୍ତ୍ତା 12ବିଚାରକର୍ତ୍ତା 12
Compare ବିଚାରକର୍ତ୍ତା 12:2-12ବିଚାରକର୍ତ୍ତା 12:2-12