Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 13

ବିଚାରକର୍ତ୍ତା 13:2-17

Help us?
Click on verse(s) to share them!
2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।
6ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
7ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,
8ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୁ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।
9ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।
10ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକି ସମ୍ବାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।
11ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ ? ସେ କହିଲେ, “ହଁ, ମୁଁ ସେହି।”
12ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ ?
13ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।
14ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।
15ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳିଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।
16ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର। ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।
17ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ଆପଣଙ୍କର ନାମ କଅଣ ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।

Read ବିଚାରକର୍ତ୍ତା 13ବିଚାରକର୍ତ୍ତା 13
Compare ବିଚାରକର୍ତ୍ତା 13:2-17ବିଚାରକର୍ତ୍ତା 13:2-17