Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 16

ବିଚାରକର୍ତ୍ତା 16:8-13

Help us?
Click on verse(s) to share them!
8ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
9ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
10ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ ?
11ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।
12ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
13ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ।

Read ବିଚାରକର୍ତ୍ତା 16ବିଚାରକର୍ତ୍ତା 16
Compare ବିଚାରକର୍ତ୍ତା 16:8-13ବିଚାରକର୍ତ୍ତା 16:8-13