7ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
8ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
9ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ ? ସେ ଉତ୍ତର କଲା, ମୁଁ ବେଥଲିହିମ ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।
10ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।
11ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।
12ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।