Text copied!
Bibles in Odia

ବିଚାରକର୍ତ୍ତା 18:23-28 in Odia

Help us?

ବିଚାରକର୍ତ୍ତା 18:23-28 in ଓଡିଆ ବାଇବେଲ

23 ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ ?
24 ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି ? ଆହୁରି କହୁଛ, ତୁମ୍ଭର କଅଣ ହେଲା ?
25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।
26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
ବିଚାରକର୍ତ୍ତା 18 in ଓଡିଆ ବାଇବେଲ