5ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।
6ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।
7ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର ?
9ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
10ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।
11ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।