Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 19

ବିଚାରକର୍ତ୍ତା 19:17-25

Help us?
Click on verse(s) to share them!
17ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ ? ପୁଣି କେଉଁଠାରୁ ଆସିଅଛ ?
18ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।
19ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋ’ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।
20ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।
21ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
22ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।
23ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।
24ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।
25ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ।

Read ବିଚାରକର୍ତ୍ତା 19ବିଚାରକର୍ତ୍ତା 19
Compare ବିଚାରକର୍ତ୍ତା 19:17-25ବିଚାରକର୍ତ୍ତା 19:17-25