Text copied!
Bibles in Odia

ବିଚାରକର୍ତ୍ତା 1:10-17 in Odia

Help us?

ବିଚାରକର୍ତ୍ତା 1:10-17 in ଓଡିଆ ବାଇବେଲ

10 ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12 ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ ?”
15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
16 ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
ବିଚାରକର୍ତ୍ତା 1 in ଓଡିଆ ବାଇବେଲ