Text copied!
Bibles in Odia

ବିଚାରକର୍ତ୍ତା 1:15-20 in Odia

Help us?

ବିଚାରକର୍ତ୍ତା 1:15-20 in ଓଡିଆ ବାଇବେଲ

15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
16 ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।
18 ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
ବିଚାରକର୍ତ୍ତା 1 in ଓଡିଆ ବାଇବେଲ