Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 1

ବିଚାରକର୍ତ୍ତା 1:20-30

Help us?
Click on verse(s) to share them!
20ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
21ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
22ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
23ସେତେବେଳେ ଯୋଷେଫ-ବଂଶ ବେଥେଲ୍‍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
24ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।
25ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
26ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
27ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
28ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।
29ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
30ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।

Read ବିଚାରକର୍ତ୍ତା 1ବିଚାରକର୍ତ୍ତା 1
Compare ବିଚାରକର୍ତ୍ତା 1:20-30ବିଚାରକର୍ତ୍ତା 1:20-30