Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 1

ବିଚାରକର୍ତ୍ତା 1:3-12

Help us?
Click on verse(s) to share them!
3ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, ଗୁଲିବାଣ୍ଟକ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା। ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
4ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
5ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
6ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
7ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
8ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।

Read ବିଚାରକର୍ତ୍ତା 1ବିଚାରକର୍ତ୍ତା 1
Compare ବିଚାରକର୍ତ୍ତା 1:3-12ବିଚାରକର୍ତ୍ତା 1:3-12