Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 1

ବିଚାରକର୍ତ୍ତା 1:7-14

Help us?
Click on verse(s) to share them!
7ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
8ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
13ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
14ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ ?”

Read ବିଚାରକର୍ତ୍ତା 1ବିଚାରକର୍ତ୍ତା 1
Compare ବିଚାରକର୍ତ୍ତା 1:7-14ବିଚାରକର୍ତ୍ତା 1:7-14