Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 1

ବିଚାରକର୍ତ୍ତା 1:9-13

Help us?
Click on verse(s) to share them!
9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
13ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।

Read ବିଚାରକର୍ତ୍ତା 1ବିଚାରକର୍ତ୍ତା 1
Compare ବିଚାରକର୍ତ୍ତା 1:9-13ବିଚାରକର୍ତ୍ତା 1:9-13