Text copied!
Bibles in Odia

ବିଚାରକର୍ତ୍ତା 1:9-13 in Odia

Help us?

ବିଚାରକର୍ତ୍ତା 1:9-13 in ଓଡିଆ ବାଇବେଲ

9 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
10 ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
12 ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
13 ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
ବିଚାରକର୍ତ୍ତା 1 in ଓଡିଆ ବାଇବେଲ