Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 20

ବିଚାରକର୍ତ୍ତା 20:3-9

Help us?
Click on verse(s) to share them!
3(ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା ? ତାହା ଆମ୍ଭମାନଙ୍କୁ କୁହ।
4ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, ମୁଁ ଓ ମୋର ଉପପତ୍ନୀ ରାତ୍ରିକ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
5ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
6ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
7ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।
8ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
9ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;

Read ବିଚାରକର୍ତ୍ତା 20ବିଚାରକର୍ତ୍ତା 20
Compare ବିଚାରକର୍ତ୍ତା 20:3-9ବିଚାରକର୍ତ୍ତା 20:3-9