Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 20

ବିଚାରକର୍ତ୍ତା 20:30-44

Help us?
Click on verse(s) to share them!
30ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠି ଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
31ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍‍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
32ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। ମାତ୍ର ଇସ୍ରାଏଲ ସନ୍ତାନଗଣ କହିଲେ, ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।
33ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
34ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
35ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
36ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
37ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
38ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
39ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
40ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
41ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
42ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
43ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
44ତହିଁରେ ବିନ୍ୟାମୀନ୍‍ର ଅଠର ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।

Read ବିଚାରକର୍ତ୍ତା 20ବିଚାରକର୍ତ୍ତା 20
Compare ବିଚାରକର୍ତ୍ତା 20:30-44ବିଚାରକର୍ତ୍ତା 20:30-44