Text copied!
Bibles in Odia

ବିଚାରକର୍ତ୍ତା 20:36-39 in Odia

Help us?

ବିଚାରକର୍ତ୍ତା 20:36-39 in ଓଡିଆ ବାଇବେଲ

36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
ବିଚାରକର୍ତ୍ତା 20 in ଓଡିଆ ବାଇବେଲ