Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 20

ବିଚାରକର୍ତ୍ତା 20:7-18

Help us?
Click on verse(s) to share them!
7ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।
8ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
9ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
10ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।
11ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
12ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍‍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି ?
13ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
14ପୁଣି ଇସ୍ରାଏଲ ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
15ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
16ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
17ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
18ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।

Read ବିଚାରକର୍ତ୍ତା 20ବିଚାରକର୍ତ୍ତା 20
Compare ବିଚାରକର୍ତ୍ତା 20:7-18ବିଚାରକର୍ତ୍ତା 20:7-18