7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।
8 ପୁଣି ସେମାନେ କହିଲେ, ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି ? ତହିଁରେ ଦେଖ, ଯାବେଶ ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।
12 ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।