Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 2

ବିଚାରକର୍ତ୍ତା 2:18-20

Help us?
Click on verse(s) to share them!
18ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍‌ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
19ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
20ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।

Read ବିଚାରକର୍ତ୍ତା 2ବିଚାରକର୍ତ୍ତା 2
Compare ବିଚାରକର୍ତ୍ତା 2:18-20ବିଚାରକର୍ତ୍ତା 2:18-20