Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 2

ବିଚାରକର୍ତ୍ତା 2:2-11

Help us?
Click on verse(s) to share them!
2ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ?
3ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।
4ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
5ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
6ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
7ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
8ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
9ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
10ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
11ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

Read ବିଚାରକର୍ତ୍ତା 2ବିଚାରକର୍ତ୍ତା 2
Compare ବିଚାରକର୍ତ୍ତା 2:2-11ବିଚାରକର୍ତ୍ତା 2:2-11