Text copied!
Bibles in Odia

ବିଚାରକର୍ତ୍ତା 2:2-11 in Odia

Help us?

ବିଚାରକର୍ତ୍ତା 2:2-11 in ଓଡିଆ ବାଇବେଲ

2 ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ?
3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।
4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
7 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
8 ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
9 ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
11 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।
ବିଚାରକର୍ତ୍ତା 2 in ଓଡିଆ ବାଇବେଲ