Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 3

ବିଚାରକର୍ତ୍ତା 3:1-6

Help us?
Click on verse(s) to share them!
1ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।

Read ବିଚାରକର୍ତ୍ତା 3ବିଚାରକର୍ତ୍ତା 3
Compare ବିଚାରକର୍ତ୍ତା 3:1-6ବିଚାରକର୍ତ୍ତା 3:1-6