Text copied!
Bibles in Odia

ବିଚାରକର୍ତ୍ତା 3:1-6 in Odia

Help us?

ବିଚାରକର୍ତ୍ତା 3:1-6 in ଓଡିଆ ବାଇବେଲ

1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2 ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
ବିଚାରକର୍ତ୍ତା 3 in ଓଡିଆ ବାଇବେଲ