Text copied!
Bibles in Odia

ବିଚାରକର୍ତ୍ତା 3:17-26 in Odia

Help us?

ବିଚାରକର୍ତ୍ତା 3:17-26 in ଓଡିଆ ବାଇବେଲ

17 ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18 ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
19 ମାତ୍ର ସେ ଆପେ ଗିଲ୍‍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ।
20 ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21 ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
22 ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
23 ଏ ଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।
25 ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
ବିଚାରକର୍ତ୍ତା 3 in ଓଡିଆ ବାଇବେଲ