Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 3

ବିଚାରକର୍ତ୍ତା 3:2-5

Help us?
Click on verse(s) to share them!
2ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Read ବିଚାରକର୍ତ୍ତା 3ବିଚାରକର୍ତ୍ତା 3
Compare ବିଚାରକର୍ତ୍ତା 3:2-5ବିଚାରକର୍ତ୍ତା 3:2-5