20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
22ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
23ଏ ଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
24ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।
25ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
27ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
28ପୁଣି ସେ ସେମାନଙ୍କୁ କହିଲେ, ମୋ’ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।