Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 4

ବିଚାରକର୍ତ୍ତା 4:1-12

Help us?
Click on verse(s) to share them!
1ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
2ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।
3ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
4ସେସମୟରେ ଲପ୍‍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍‍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
5ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।
6ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ ?
7ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।
8ତହୁଁ ବାରକ୍‍ ଦବୋରାଙ୍କୁ କହିଲା, ତୁମ୍ଭେ ଯେବେ ମୋ’ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋ’ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।
9ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।
10ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
11ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ୍‍ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ୍‍ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
12ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।

Read ବିଚାରକର୍ତ୍ତା 4ବିଚାରକର୍ତ୍ତା 4
Compare ବିଚାରକର୍ତ୍ତା 4:1-12ବିଚାରକର୍ତ୍ତା 4:1-12