20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
21କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।
22ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।
23ସଦାପ୍ରଭୁଙ୍କ ଦୂତ କହିଲେ, ତୁମ୍ଭେମାନେ ମେରୋସକୁ ଶାପ ଦିଅ, ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।