27ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।
28ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ?
29ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,