Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 6

ବିଚାରକର୍ତ୍ତା 6:36-39

Help us?
Click on verse(s) to share them!
36ଏ ଉତ୍ତାରେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
37ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।
38ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
39ସେତେବେଳେ ଗିଦିୟୋନ୍‍ ପରମେଶ୍ୱରଙ୍କୁ କହିଲେ, ମୋ’ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।

Read ବିଚାରକର୍ତ୍ତା 6ବିଚାରକର୍ତ୍ତା 6
Compare ବିଚାରକର୍ତ୍ତା 6:36-39ବିଚାରକର୍ତ୍ତା 6:36-39