Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 7

ବିଚାରକର୍ତ୍ତା 7:18-23

Help us?
Click on verse(s) to share them!
18ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।
19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।
20ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।
21ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।
22ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
23ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Read ବିଚାରକର୍ତ୍ତା 7ବିଚାରକର୍ତ୍ତା 7
Compare ବିଚାରକର୍ତ୍ତା 7:18-23ବିଚାରକର୍ତ୍ତା 7:18-23