Text copied!
Bibles in Odia

ବିଚାରକର୍ତ୍ତା 7:6-17 in Odia

Help us?

ବିଚାରକର୍ତ୍ତା 7:6-17 in ଓଡିଆ ବାଇବେଲ

6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
7 ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।
8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
9 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10 ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।
11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
12 ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
13 ପୁଣି ଗିଦିୟୋନ୍‍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।
14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।
15 ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।
16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ।
17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
ବିଚାରକର୍ତ୍ତା 7 in ଓଡିଆ ବାଇବେଲ