Text copied!
Bibles in Odia

ମାର୍କ 4:23-33 in Odia

Help us?

ମାର୍କ 4:23-33 in ଓଡିଆ ବାଇବେଲ

23 ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
24 ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
25 କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
26 ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
29 କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ ।
30 ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା ? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା ?
31 ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32 ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
33 ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
ମାର୍କ 4 in ଓଡିଆ ବାଇବେଲ