Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 4

ମାର୍କ 4:28-35

Help us?
Click on verse(s) to share them!
28ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
29କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ ।
30ଯୀଶୁ ପୁଣି, କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବା ? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା ?
31ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
33ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
34ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।

Read ମାର୍କ 4ମାର୍କ 4
Compare ମାର୍କ 4:28-35ମାର୍କ 4:28-35