Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 4

ମାର୍କ 4:35-40

Help us?
Click on verse(s) to share them!
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ ?
39ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା ।
40ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ଏ କ'ଣ ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ ?

Read ମାର୍କ 4ମାର୍କ 4
Compare ମାର୍କ 4:35-40ମାର୍କ 4:35-40