Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 5

ମାର୍କ 5:11-22

Help us?
Click on verse(s) to share them!
11ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।
12ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।
13ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା ।
14ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
16ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
17ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
18ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।
19କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।
20ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
21ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ ।
22ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,

Read ମାର୍କ 5ମାର୍କ 5
Compare ମାର୍କ 5:11-22ମାର୍କ 5:11-22