14ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
16ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
17ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
18ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା ।
19କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।