Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 5

ମାର୍କ 5:23-36

Help us?
Click on verse(s) to share them!
23ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
24ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
25ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
26ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
27ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;
28କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
29ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।
30ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା ?
31ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା ?
32କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ ।
33ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
34ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।
35ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ?
36କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।

Read ମାର୍କ 5ମାର୍କ 5
Compare ମାର୍କ 5:23-36ମାର୍କ 5:23-36